ଭୁବନେଶ୍ୱର
୩୦ ମେ', ୨୦୨୬
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଚଳିତ ବର୍ଷ ସମ୍ବଲପୁର ଜିଲ୍ଲାର ସର୍ବମୋଟ ୨୧ଟି କମିଟିଙ୍କୁ ୧ କୋଟି ୮ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।
ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, "ସମ୍ବଲପୁରର ଶୀତଳ ଷଷ୍ଠୀ ପର୍ବ ଆମ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଶୀତଳ ଷଷ୍ଠୀକୁ ଭବ୍ୟତାର ସହ ପାଳନ କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆମ ଓଡ଼ିଶାର ପର୍ବପର୍ବାଣୀ ଓ ଯାନିଯାତ୍ରାକୁ ବିଶ୍ୱ ଦରବାରରେ ଏକ ଅନନ୍ୟ ପରିଚୟ ପ୍ରଦାନ କରିବା ନିମନ୍ତେ ଆମ ସରକାର ପ୍ରତିଶ୍ରୁତିବଦ୍ଧ", ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।