Bisforana:Governors-Chief-Ministers-Cabinet-members-and-University-Vice-Chancellors-listened-to-PMs-Mann-Ki-Baat

ପ୍ରଧାନମନ୍ତ୍ରୀଙ୍କ 'ମନ କି ବାତ' ଶୁଣିଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀମଣ୍ଡଳ ସଦସ୍ୟ ଏବଂ ବିଶ୍ୱବିଦ୍ୟାଳୟର କୁଳପତି

bhubaneswar

: ରବିବାର ଦିନ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ବିଭିନ୍ନ ବିଭାଗର ମାନ୍ୟବର ମନ୍ତ୍ରୀ, ରାଜ୍ୟର ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳରେ କୁଳପତିମାନେ ଲୋକ ଭବନର ନ୍ୟୁଅଭିଷେକ ହଲରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' କାର୍ଯ୍ୟକ୍ରମ ଶୁଣିଛନ୍ତି I  

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ, ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ତଥା ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା  ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି, ରେଜିଷ୍ଟ୍ରାର, ଓଡିଶା ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଶିକ୍ଷାବିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମ ସମୟରେ, ମାନ୍ୟବର ପ୍ରଧାନମନ୍ତ୍ରୀ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି, ଜଳ ସଂରକ୍ଷଣ, ଭାରତର କ୍ରୀଡା ସଫଳତା, ସାଂସ୍କୃତିକ ଐତିହ୍ୟ ଏବଂ ରାଷ୍ଟ୍ର ନିର୍ମାଣରେ ଯୁବପିଢ଼ିଙ୍କ ଭୂମିକା ତଥା ବିଭିନ୍ନ ବିଷୟ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ରାଜ୍ୟର ରାଜନୈତିକ ନେତୃତ୍ୱ, ପ୍ରଶାସକ ଏବଂ ଶିକ୍ଷାବିତଙ୍କୁ ଏକାଠି କରିଥିଲା I ଏହି କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରା ଏବଂ ପଦକ୍ଷେପକୁ ପ୍ରତିଫଳିତ କରିଥିଲା।

0 Comments

Leave A Reply