ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU) ମଧ୍ୟରେ ଆଜି ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସାର୍ଟିଫିକେଟ କୋର୍ସକୁ ଓଡ଼ିଶାରେ ଓଡ଼ିଆ ଭାଷାରେ ପ୍ରଦାନ କରାଯିବ।