ସିନେମା ଜଗତ ଓ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି
: ମନମୋହନ ସାମଲ
ଭୁବନେଶ୍ୱର,ତା.୦୨/୦୨: ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ସାଧୁ ମେହେରଙ୍କ ୮୪ବର୍ଷ ବୟସରେ ମୁମ୍ବାଇରେ ଅକାଳ ବିୟୋଗ ଘଟିଛି । ସ୍ୱର୍ଗତଃ ସାଧୁଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସାଧୁ ମେହେର ଜଣେ ଯୋଗଜନ୍ମା କଳାକାର ଭାବେ ଅନେକ ଓଡିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ତାଙ୍କ ନିଖୁଣ ଅଭିନୟ ପାଇଁ ବେଶ ସୁନାମ ଅର୍ଜନ କରିଛନ୍ତି । ସ୍ୱର୍ଗତଃ ମେହେର ଚଳଚ୍ଚିତ୍ରରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପଦ୍ମଶ୍ରୀ ଉପାଧି ପାଇଥିଲେ । ସ୍ୱର୍ଗତଃ ମେହେରଙ୍କ ବିୟୋଗ ସିନେମା ଜଗତ ଓ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ସାମଲ ଏବଂ ଶ୍ରୀ ମିଶ୍ର କହିଛନ୍ତି ।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ମେହେରଙ୍କ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ରାଜ୍ୟ ବିଜେପି ତରଫରୁ ଶ୍ରୀ ସାମଲ ସମବେଦନା ଜ୍ଞାପନ କରିଛନ୍ତି ।